Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ରାଜ୍ୟରେ ୧୫କରୋନା ସଂକ୍ରମିତଙ୍କ ମୃତ୍ୟୁ, ହଜାରେ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

10/10/2020 at 11:26 AM

ଭୁବନେଶ୍ବର ୧୦।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୯୬୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୨୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୦୩୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୦୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୭୧୦୫୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts