Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୦୪୦ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

12/10/2020 at 11:33 AM

ଭୁବନେଶ୍ବର ୧୨।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୭୯୬୭୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts