Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୦୭୨ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

14/10/2020 at 11:15 AM

ଭୁବନେଶ୍ବର ୧୪।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩ ଜଣ, ବାଲେଶ୍ବର, ବୌଦ୍ଧ, ଗଞ୍ଜାମ, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, ଖୋର୍ଦ୍ଧା, ମୟୁରଭଞ୍ଜ, ପୁରୀ, ରାୟଗଡା ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୯୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୪୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୨୯୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୮୭୮୯୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts