Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୦୮୯ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

15/10/2020 at 11:03 AM

ଭୁବନେଶ୍ବର ୧୫।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୮୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୯୨୧୧୪୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts