Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୨୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

17/10/2020 at 11:12 AM

ଭୁବନେଶ୍ବର ୧୭।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୬୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୧୩୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୦୦୧୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts