Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

23/10/2020 at 11:54 AM

ଭୁବନେଶ୍ବର ୨୩।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୭୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୭୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୦୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୪୦୨୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts