Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

26/10/2020 at 11:26 AM

ଭୁବନେଶ୍ବର ୨୬।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୨୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୪୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୨୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୩୫୪୯୫୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts