Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

27/10/2020 at 11:17 AM

ଭୁବନେଶ୍ବର ୨୭।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୩୮୫୨୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts