Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୨୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

31/10/2020 at 11:31 AM

ଭୁବନେଶ୍ବର ୩୧।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,ଝାରସୁଗୁଡା,ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୦୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୯୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୩୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୪୫୫୫୮୧୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts