Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୪୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

2/11/2020 at 11:14 AM

ଭୁବନେଶ୍ବର ୨।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୨୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୭୫୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୬୪୫୧୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts