Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୫୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

3/11/2020 at 10:30 AM

ଭୁବନେଶ୍ବର ୩।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୪୪୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୯୦୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୬୮୭୨୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts