Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୯୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

6/11/2020 at 11:25 AM

ଭୁବନେଶ୍ବର ୬।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ମୟୁରଭଞ୍ଜ, ବରଗଡ ଜିଲ୍ଲାରୁ ୨ଜଣ ଲେଖାଏଁ, କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଏବଂ ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୭୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୩୫୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୯୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୮୩୮୧୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts