Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୬୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

11/11/2020 at 1:03 PM

ଭୁବନେଶ୍ବର ୧୧।୧୧: ରାଜ୍ୟରେ କମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ଖୋର୍ଦ୍ଧା, ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୫୦୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୧୧୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୦୭୭୧୧୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts