Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୯୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

13/11/2020 at 11:19 AM

ଭୁବନେଶ୍ବର ୧୩।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୦୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୭୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୯୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧୭୧୧୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts