Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୫ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

14/11/2020 at 11:45 AM

ଭୁବନେଶ୍ବର ୧୪।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୯୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୦୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୫୨୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୨୧୯୦୧୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts