Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ୍ ମୃତ୍ୟୁସଂଖ୍ୟା ୧୫୪୩ ଛୁଇଁଲା

16/11/2020 at 11:17 AM

ଭୁବନେଶ୍ବର ୧୬।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୯୪୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୭୮୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୨୯୪୭୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts