ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୫୯୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | November 19, 2020 IST

ଭୁବନେଶ୍ବର ୧୯।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡା, ନୟାଗଡ, ରାୟଗଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୧୭୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୧୭୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୪୨୪୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.