Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୬ ଶହ ଅତିକ୍ରମ କଲା ମୃତ୍ୟୁସଂଖ୍ୟା

20/11/2020 at 11:35 AM

ଭୁବନେଶ୍ବର ୨୦।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରି ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୨୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୦୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୨୭୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୬୦୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୪୭୧୧୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts