Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୬୨୫ ଛୁଇଁଲା ମୃତ୍ୟୁସଂଖ୍ୟା

21/11/2020 at 11:49 AM

ଭୁବନେଶ୍ବର ୨୧।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କଟକ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ, ଜଗତସିଂହପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୩୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୩୮୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୬୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୫୧୮୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts