ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା

Published By : Prameya-News7 Bureau | November 24, 2020 IST

ଭୁବନେଶ୍ବର ୨୪।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୂଆପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୪୨୪୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.