Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ଛୁଇଁଲା ୧୭୯୪

10/12/2020 at 11:32 AM

ଭୁବନେଶ୍ବର ୧୧।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୪୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୯୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୨୮୧୧୬୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts