ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୧୧ ଛୁଇଁଲା ମୃତକଙ୍କ ସଂଖ୍ୟା
14/12/2020 at 11:47 AM

ଭୁବନେଶ୍ବର ୧୪।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ଢେଙ୍କାନାଳ, ଗଞ୍ଜାମ ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of four numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) December 14, 2020
1.A 65-year-old female of Bhubaneswar who was also suffering from Diabetes Mellitus & Hypertension.
2.A 32-year-old female of Dhenkanal district who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 14, 2020
3.A 60-year-old male of Ganjam District.
4.A 73-year-old male of Jharsuguda district who was also suffering from Diabetes Mellitus & Hypertension.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୦୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୦୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।