Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୨୦ ଛୁଇଁଲା ମୃତକଙ୍କ ସଂଖ୍ୟା

16/12/2020 at 11:40 AM

ଭୁବନେଶ୍ବର ୧୬।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts