ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୨୯ ଛୁଇଁଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | December 18, 2020 IST

ଭୁବନେଶ୍ବର ୧୮।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୪ ମୃତକଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୫୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୦୫୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫୩୬୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.