ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୪୩ ଛୁଇଁଲା ମୃତକଙ୍କ ସଂଖ୍ୟା
22/12/2020 at 12:02 PM

ଭୁବନେଶ୍ବର ୨୨।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of four numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) December 22, 2020
1.A 70-year-old male of Bhubaneswar who was also suffering from Diabetes Mellitus & Hypertension.
2.A 72-year-old male of Jajpur district who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 22, 2020
3.A 77-year-old male of Kalahandi district who was also suffering from Chronic Kidney Disease, Chronic Liver Disease & cerebrovascular accident.
4.A 52-year-old male of Puri district who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 22, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୯୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୧୯୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୬୬୫୭୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।