ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୬୪ ଛୁଇଁଲା ମୃତକଙ୍କ ସଂଖ୍ୟା
28/12/2020 at 11:42 AM

ଭୁବନେଶ୍ବର ୨୮।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of three numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) December 28, 2020
1.A 60-year-old female of Bhubaneswar.
2.A 5 months old baby boy of Rayagada district.
3.A 72-year-old male of Sundargarh district.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୭୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୪୦୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୮୫୫୮୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।