ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୭୧ ଛୁଇଁଲା ମୃତକଙ୍କ ସଂଖ୍ୟା

Published By : Prameya-News7 Bureau | December 30, 2020 IST

ଭୁବନେଶ୍ବର ୩୦।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ଭଦ୍ରକ, ବଲାଙ୍ଗୀର, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":384601,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୧୫୪୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.