ଭୁବନେଶ୍ବର ୧।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
wp:html/wp:html wp:htmlRegret to inform the demise of three numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) January 1, 2021
1.A 60-year-old female of Bhubaneswar.
2.A 61-year-old male of Cuttack district who was also suffering from Diabetes Mellitus.
/wp:html3.A 22-year-old male of Nabarangapur district.
— H & FW Dept Odisha (@HFWOdisha) January 1, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୫୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୭୬୧୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।