ରାଜ୍ୟରେ ଆଉ ୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୦ ଛୁଇଁଲା ମୃତକଙ୍କ ସଂଖ୍ୟା
8/01/2021 at 11:15 AM

ଭୁବନେଶ୍ବର ୮।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୩୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୭୨୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୧୧୧୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Related Posts
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021