ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୪ ଛୁଇଁଲା ମୃତକଙ୍କ ସଂଖ୍ୟା
12/01/2021 at 11:54 AM

ଭୁବନେଶ୍ବର ୧୨।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୩୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୨୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୭୨୨୯୯୪୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Related Posts
ଫୁସ୍ଫୁସ୍କୁ କରୋନାରୁ ରକ୍ଷା କରୁଛି ଧୂମପାନ !
23 January 2021