ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୬ ଛୁଇଁଲା ମୃତକଙ୍କ ସଂଖ୍ୟା
14/01/2021 at 11:46 AM

ଭୁବନେଶ୍ବର ୧୪।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୭୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୬୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୨୯୨୦୬୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Related Posts
ଫୁସ୍ଫୁସ୍କୁ କରୋନାରୁ ରକ୍ଷା କରୁଛି ଧୂମପାନ !
23 January 2021