ଭୁବନେଶ୍ବର ୧୫।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।
wp:html/wp:htmlRegret to inform the demise of two numbers of Covid positive patients while under treatment in hospitals.
— H & FW Dept Odisha (@HFWOdisha) January 15, 2021
1.A 69 years old male of Khordha district who was also suffering from Diabetes Mellitus.
2.A 50 years old male of Sundargarh district.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୯୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୮୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୩୧୯୬୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।