Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

9/05/2021 at 8:14 AM

ଭୁବନେଶ୍ୱର ୦୯।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଭଦ୍ରକ , ଢ଼େଙ୍କାନଳ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୪୮୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୩୨୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୯୩୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୧୮୦ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୦୫୧୭୮୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts