Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୯୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

10/05/2021 at 8:30 AM

ଭୁବନେଶ୍ୱର ୦୯।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଳାହାଣ୍ଡି , ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୪୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୭୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୧୯୭ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୦୫୬୬୨୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts