ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 12, 2021 IST

ଭୁବନେଶ୍ୱର ୧୨।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୮୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ୩ ଜଣ, ବାଲେଶ୍ଵରରୁ ଜଣେ , ବୌଦ୍ଧରୁ ଜଣେ, ଭୁବନେଶ୍ଵରରୁ ୨ଜଣ , ଢେଙ୍କାନାଳରୁ ଜଣ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ଜଣେ , ନୂଆପଡାରୁ ୨ଜଣ , ପୁରୀରୁ ଜଣେ ଏବଂ ସୁନ୍ଦରଗଡରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୬୫୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୨୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୬୫୧୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ ବର୍ତ୍ତମାନ ସୁଦ୍ଧା କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୨୩୨ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୦୬୬୧୬୪୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.