ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୨୫୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 13, 2021 IST

ଭୁବନେଶ୍ୱର ୧୨।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୪୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ ଜଣ,ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ,ବାଲେଶ୍ବର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":451879,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୬୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୩୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୭୩୬୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ ବର୍ତ୍ତମାନ ସୁଦ୍ଧା କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୨୫୧ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୦୭୧୧୩୦୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.