ରାଜ୍ୟରେ ୧୦କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି

Published By : Prameya-News7 Bureau | August 16, 2020 IST

ଭୁବନେଶ୍ବର ୧୬।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

wp:html /wp:html

ସେହିଭଳି ଭୁବନେଶ୍ବରର ଜଣେ ୩୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲ୍ମୋନାରି ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୫୫ ବର୍ଷ ବୟସ୍କ ପୁରୁଷ । ବଲାଙ୍ଗୀର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

ସେହିପରି କଟକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ।

wp:html /wp:html

ଯାଜପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ନେଫ୍ରୋପାଥିରେ ପୀଡିତ ଥିଲେ ।

wp:html /wp:html

ସୋନପୁର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ଫୁସଫୁସ ଯକ୍ଷ୍ମା, କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୯୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୦୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫୫୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.