Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି

18/08/2020 at 10:45 AM

ଭୁବନେଶ୍ବର ୧୮।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୪୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୩୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୭୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୬୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୯୪୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts