ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି

Published By : Prameya-News7 Bureau | August 20, 2020 IST

ଭୁବନେଶ୍ବର ୨୦।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଭୁବନେଶ୍ବରର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ।

wp:html /wp:html

ଢେଙ୍କାନାଳ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ମୋଟାପଣରେ ପୀଡିତ ଥିଲେ । ଆଉ ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।

wp:html /wp:html

ପୁରୀ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୮୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୧୫୯୪୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.