ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୦୯କୁ ବୃଦ୍ଧି

Published By : Prameya-News7 Bureau | August 23, 2020 IST

ଭୁବନେଶ୍ବର ୨୩।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

ଆଜି ଓଡିଶାରେ ୧୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରୁ ଗଞ୍ଜାମରୁ ୩ଜଣ, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ, ଗଜପତି ଜଣେ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୭୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୦୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୭୧୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.