Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ରାଜ୍ୟରେ ଆଉ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି

27/08/2020 at 10:56 AM

ଭୁବନେଶ୍ବର ୨୭।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ ଜିଲ୍ଲାରୁ ଦୁଇ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts