ରାଜ୍ୟରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି

Published By : Prameya-News7 Bureau | August 28, 2020 IST

ଭୁବନେଶ୍ବର ୨୮।୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୮୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୫୩୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୧୨୦୯୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.