ରାଜ୍ୟରେ ସର୍ବାଧିକ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି

Published By : Prameya-News7 Bureau | August 29, 2020 IST

ଭୁବନେଶ୍ବର ୨୯।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.