Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୩୧ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା

4/09/2020 at 11:30 AM

ଭୁବନେଶ୍ବର ୦୪।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ , ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୬୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୯୫୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts