Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୫୬

7/09/2020 at 11:04 AM

ଭୁବନେଶ୍ବର ୦୭।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ । ବାଲେଶ୍ୱର, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ , ନୟାଗଡ଼ ଓ ରାୟଗଡ଼ାରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୧୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୧୪୩୫୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts