ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୬୯

Published By : Prameya-News7 Bureau | September 08, 2020 IST

ଭୁବନେଶ୍ବର ୦୮।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୧୩ ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ, ଗଞ୍ଜାମ, ମୟୂରଭଞ୍ଜ, ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ । ଖୋର୍ଦ୍ଧା , କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୧୮୪୮୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:core-embed/wordpress {"url":"http://www.prameyanews7.com/3490-new-corona-cases-in-odisha/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/3490-new-corona-cases-in-odisha/
/wp:core-embed/wordpress

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.