Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୮୦

9/09/2020 at 10:54 AM

ଭୁବନେଶ୍ବର ୦୯।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ । କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ବଲାଙ୍ଗୀର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୫୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୮୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୨୨୬୪୩୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts