Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୯୧

10/09/2020 at 10:54 AM

ଭୁବନେଶ୍ବର ୧୦।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ ମୃତକଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୯୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୧୮୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ସେହିପରି ୫୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୨୭୩୫୯୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts