ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୩୭

Published By : Prameya-News7 Bureau | September 14, 2020 IST

ଭୁବନେଶ୍ବର ୧୪।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

wp:html /wp:html

୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କନ୍ଧମାଳ, ନୟାଗଡ଼ , ମୟୁରଭଞ୍ଜ ଜିଲ୍ଲାରୁ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

wp:html /wp:html wp:html /wp:html

 ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୫୦୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୬୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ସେହିପରି ୬୩୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୪୭୨୫୧୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.