Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ରାଜ୍ୟରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୪୫

15/09/2020 at 11:24 AM

ଭୁବନେଶ୍ବର ୧୫।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବୌଦ୍ଧ,କନ୍ଧମାଳ,ରାୟଗଡ଼ା,ସମ୍ବଲପୁର,ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ବୌଦ୍ଧ ଜିଲ୍ଲାର ୬୫ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବାବେଳେ କନ୍ଧମାଳ ଜିଲ୍ଲାର ୫୫ବର୍ଷ ବୟସ୍କ ମୃତ ବ୍ୟକ୍ତିଙ୍କର ଡାଇବେଟିସ୍ ଜନିତ ସମସ୍ୟା ଥିଲା। କଟକ ଜିଲ୍ଲାର ୫୦ବର୍ଷ ବୟସ୍କ ମୃତ ପୁରୁଷଙ୍କ ଡାଇବେଟିସ୍ ଏବଂ ମେଦବହୁଳତା ସମସ୍ୟା ରହିଥିବାବେଳେ ଅନ୍ୟ ଜଣେ ୪୫ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। କଟକ ଜିଲ୍ଲାର ୫୨ବର୍ଷ ବୟସ୍କା ମୃତ ମହିଳାଙ୍କ ଡାଇବେଟିସ୍ ସମସ୍ୟା ଥିଲା। ରାୟଗଡ଼ା ଜିଲ୍ଲାର ୫୦ବର୍ଷ ବୟସ୍କ ପୁରୁଷଙ୍କ ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁର ଜିଲ୍ଲାର ୫୧ବର୍ଷ ପୁରୁଷଙ୍କ ଏଥିରେ ମୃତ୍ୟୁ ଘଟିଛି। ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ୭୦ବର୍ଷ ବୟସ୍କ ମୃତ ପୁରୁଷଙ୍କ ଡାଇବେଟିସ୍ ଏବଂ ହାଇପରଟେନସନ ସମସ୍ୟା ଥିଲା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୮୬୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୯୨୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୦୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୧୬୪୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts